ବ୍ରହ୍ମଗିରିରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା
ଆଜି ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମଗିରି ବ୍ଲକ ଢ଼ାବାଛକ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଉତ୍ସବରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ସମସ୍ତ ବିଜୁ ପ୍ରେମୀ ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଉଦବୋଧନ ଦେଇ କହିଛନ୍ତି ବିଜୁବାବୁଙ୍କ ଆଦର୍ଶରେ ଆରମ୍ଭ ହୋଇଥିବା ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନରେ ପରିବର୍ତ୍ତନ ହୋଇ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ପାଲଟିଛି। ଏଥିପାଇଁ ଦଳର ଲକ୍ଷ ଲକ୍ଷ କର୍ମୀ ଭାଇ ଭଉଣୀମାନଙ୍କ ପରିଶ୍ରମ ଓ ତ୍ୟାଗକୁ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି ।ଏହି କାର୍ଯ୍ୟକ୍ରମରେ ବ୍ରହ୍ମଗିରି ବ୍ଲକ ସଭାପତି, ନିର୍ବାଚିତ ଜୋନ୍ ପ୍ରତିନିଧି, ପଞ୍ଚାୟତ ପ୍ରତିନିଧି, ଯୁବ ଜନତା, ଛାତ୍ର ଜନତା ଓ ପ୍ରମୁଖ ମହିଳା ନେତୃମଣ୍ଡଳୀ ଉପସ୍ଥିତ ଥିଲେ।