ସଞ୍ଜୟ, ବବିଙ୍କ ନେତୃତ୍ୱରେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜ୍ଞାପନ, ଦେଖନ୍ତୁ ଭିଡ଼ିଓ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ସମ୍ମାନ ଜ୍ଞାପନ କରାଯାଇଛି । ବିଜେଡ଼ି ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ତଥା ଯୋଜନା ବୋର୍ଡ ଉପାଧ୍ୟାକ୍ଷ ସଞ୍ଜୟ ଦାସବର୍ମା ଏବଂ ବିଜେଡି ରାଜ୍ୟ ସାଙ୍ଗଠନିକ ସାଧାରଣ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନେତୃତ୍ୱରେ ଶୃଙ୍ଖଳିତ ଭାବେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।

ଏହି ଅବସରରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ, ବିଜେଡି ମହିଳା ସଭାପତି ପ୍ରମିଳା ମଲ୍ଲିକ, ବିଜେଡି ଯୁବ ସଭାପତି ଅମରେଶ ପତ୍ରୀ, ବିଜେଡି ଛାତ୍ର ସଭାପତି ରାଣା ପ୍ରତାପ ପାତ୍ର, ପୂର୍ବତନ ଭୁବନେଶ୍ୱର ଜିଲ୍ଲା ସଭାପତି ଅମରେଶ ଜେନା(ବାଇଁଆ) ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସୁଚାରୁରୂପେ ପରିଚାଳନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକୁ ସମ୍ମାନ ଜଣାଇଥିଲେ ।

Leave a comment