ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି । ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା। ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ଏହି ବନ୍ଦ ପାଳନ କରାଯିବ । ସକାଳୁ ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି। ସେହିପରି ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରିବା ପାଇଁ ପିକେଟିଂ କରାଯାଉଛି ।
ସେପଟେ ମମିତା ମେହେର ହତ୍ୟାର ନିରପେକ୍ଷ ତଦନ୍ତ ଏବଂ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ମଙ୍ଗଳବାର ଡିଜିପି ଅଫିସ ଘେରାଉ କରିବ ଯୁବ କଂଗ୍ରେସ। ତେବେ ଜରୁରୀ ସେବାକୁ ଅନୁମତି ଦିଆଯିବ ବୋଲି ଜିଲ୍ଲା ବିଜେପି ପକ୍ଷରୁ କୁହାଯାଇଛି ।

Leave a comment