ବାଲେଶ୍ବର ଦାୟିତ୍ୱରେ ଶକ୍ତିମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ବର ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି । ସେଠାରେ ରହି ସ୍ଥିତି ଉପରେ ନଜର ରଖିବେ । ଆଇଏମ୍ଡିର ସଦ୍ୟ ସୂଚନା ମୁତାବକ ବାଲେଶ୍ୱର-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ । ଏହି ସମୟରେ ଅଧିକ ୧୫୫-୧୬୫ ବେଗରେ ପବନ ବହିବା ସହ ବିଦ୍ୟୁତ ସେବା ମଧ୍ୟ ବ୍ୟାହାତ ହେବ । ଏଣୁ ବାତ୍ୟା ମୁକାବିଲା ଓ ପରବର୍ତ୍ତୀ ସମୟର ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ।