କେନ୍ଦ୍ର ସରକାର ଦେଲେ ଝଟକା, ଓଡ଼ିଶାର ସ୍ଵତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ଦାବିକୁ କଲେ ଆଗ୍ରହ୍ୟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାକୁ ସ୍ଵତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ଦାବିକୁ ଆଗ୍ରହ୍ୟ କରିଛନ୍ତି କେନ୍ଦ୍ର ସରକାର । ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ନିକଟରେ ଦାବି କରିଥିଲେ । କିନ୍ତୁ କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀଙ୍କ ଏହି ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି । ଏହା ପରେ ଶାସକ ବିଜେଡିକୁ ଶକ୍ତ ଧକ୍କା ଲାଗିଛି ।

ରାଜ୍ୟସଭାରେ ବିଜେଡି ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ, ଓଡ଼ିଶା ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ କେନ୍ଦ୍ର ସରକାର ଏହାକୁ ମାନଦଣ୍ଡ ଭାବେ ବିଚାରକରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ନେଇ କି ନିଷ୍ପତ୍ତି ନେଇଛନ୍ତି । ପ୍ରସନ୍ନଙ୍କ ପ୍ରଶ୍ନରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ କହିଛନ୍ତି, ଚତୁର୍ଦ୍ଦଶ ଅର୍ଥ କମିଶନ ସ୍ବତନ୍ତ୍ର ଓ ସାଧାରଣ ବର୍ଗ ରାଜ୍ୟ ମଧ୍ୟରେ କୌଣସି ପାର୍ଥକ୍ୟ ରଖି ନାହାନ୍ତି । ସେଥିଲାଗି ବର୍ତ୍ତମାନ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ବ୍ୟବସ୍ଥା ପ୍ରଚଳିତ ନାହିଁ । 

ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ ଘୋଷଣାକରି ନିର୍ଦ୍ଦିଷ୍ଟ ଅବଧି ପାଇଁ ଆର୍ଥିକ ପ୍ୟାକେଜ ଦେବାକୁ ଦାବି କରିଥିଲେ ।

Leave a comment