ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ। ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଟ୍ଵିଟ୍ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜମାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ।
ସେହିପରି ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ପରେ ଛତିଶଗଡ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ଲେଖିଛନ୍ତି, ଶ୍ରୀ ନନ୍ଦ ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି ।