କଳିଙ୍ଗ ଷ୍ଟାଡିୟମରେ ୪ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବରରେ ୪ ହକି ଖେଳାଳୀଙ୍କୁ ସ୍ବତନ୍ତ୍ର ସମ୍ବର୍ଦ୍ଧନା । କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଷ ହକି ଖେଳାଳି ଅମିତ ରୋହିଦାସ, ବୀରେନ୍ଦ୍ର ଲାକ୍ରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ହକି ଖେଳାଳି ଦିପଗ୍ରେସ ଏକ୍କା, ନମିତା ଟୋପଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ଜିତିଥିଲେ । ଭାରତୀୟ ହକି ଦଳରେ ଓଡିଶାର ଦୁଇ ଜଣ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ DSP ପଦରେ ନିଯୁକ୍ତି ମଧ୍ୟ ଦେଇଛନ୍ତି । ଏହି ଦୁଇ ବିଜେତାଙ୍କୁ ଅଢେଇ କୋଟି ଲେଖାଏଁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି ।
ଅନ୍ୟପଟେ ମହିଳା ହକି ଟିମ୍ର ୨ ଜଣ ସଦସ୍ୟ ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଧ୍ୟ ପ୍ରଦାନ କରାଯାଇଛି ।