ବଡ଼ଦାଣ୍ଡରେ ଝାଡୁ ମାରିଲେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି ରଥଯାତ୍ରା ପୂର୍ବରୁ ଆଜି ସକାଳେ ପୁରୀରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ । ପୁରୀ ବଡ଼ଦାଣ୍ଡ ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।
ଶରଧାବାଲିରେ ପହଂଚିବା ପରେ ହାତରେ ଝାଡୁ ଧରି ସଫେଇ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି। ସେହିପରି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ବିଧାୟକମାନେ ମଧ୍ୟ ହାତରେ ଝାଡୁ ଧରି ଶରଧାବାଲିରେ ସଫେଇ କରିଥିଲେ। ଏଥିରେ କିଛି ସ୍ୱେଚ୍ଛାସେବୀ ସଂଗଠନ ମଧ୍ୟ ସାମିଲ ହୋଇଛନ୍ତି।
