ୟୁକ୍ରେନରେ ଥିବା ଓଡ଼ିଆ ଛାତ୍ରଙ୍କୁ ଉଦ୍ଧାର ପ୍ରସଙ୍ଗ, ଶାହାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୟୁକ୍ରେନ ରାଜଧାନୀ କିଭ୍ ସହ ବିଭିନ୍ନ ସହରରେ ମିଜାଇଲା ମାଡ଼ କରିଛି ଋଷ । ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ୧୬ ହଜାର ଭାରତୀୟ ନାଗରିକ ଫସି ରହିଛନ୍ତି । ୟୁକ୍ରେନରେ ବହୁ ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକ ମଧ୍ୟ ଏବେ ଫସି ରହିଛନ୍ତି ।
ତେବେ ୟୁକ୍ରେନରେ ଫସି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।