ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,ସମସ୍ତିଙ୍କୁ ମିଳିବ ମାଗଣା ଟୀକା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ନେଇ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣକୁ ନେଇ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ଟିକା । ୧୮ରୁ ବର୍ଷରୁ ଉର୍ଦ୍ଧ୍ବ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ ମାଗଣାରେ ମିଳିବ କରୋନା ଟିକା ।
ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ,‘ସାରା ଭାରତ ଏବେ କଠିନ ସମୟ ଦେଇ ଗତି କରୁଛି । ମହାରାଷ୍ଟ୍ର, ଛତିଶଗଡ, ମଧ୍ୟ ପ୍ରଦେଶ, ଦିଲ୍ଲୀ, ଆସାମ, ଝାଡଖଣ୍ଡ ଆଦି ରାଜ୍ୟରେ ସ୍ଥିତି ଗମ୍ଭୀର ରହିଛି । ଓଡିଶା ୬ଟି ରାଜ୍ୟକୁ ଅକ୍ସିଜେନ୍ ଯୋଗାଉଛି । ଆଗକୁ ମଧ୍ୟ ଏହା ଜାରି ରହିବ । ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ସାରା ଦେଶବାସୀ କରୋନା ବିରୁଦ୍ଧରେ ଲଢେଇ ଜାରି ରଖିଛନ୍ତି । ଆମେ ଏହାକୁ ପାଳନ କରିବା । କୋଭିଡ୍ ନିୟମ ମାନିବା ଏବଂ ନିଜକୁ କରୋନରୁ ରକ୍ଷା କରିବା ।’