ମହାପ୍ରଭୁଙ୍କ ଦର୍ଶନ କରିବା ପରେ ୭ ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

0

ଓଡିଶା ଫାଷ୍ଟ (ବ୍ୟୁରୋ) : ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 

ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ସେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

ସୂଚନା ଅନୁଯାୟୀ, ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର ।  ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଗଢିବାକୁ ଦୀର୍ଘମିଆଦୀ ରୋଡ ମ୍ୟାପ ପ୍ରସ୍ତୁତ କରିଛନ୍ତି । ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି । ପୁରୀର ବିକାଶ ନକ୍ସାରେ ବହୁ ମେଗା ପ୍ରକଳ୍ପ ସ୍ଥାନ ପାଇଛି । ତନ୍ମଧ୍ୟରୁ ଗୁରୁବାର ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଲେ ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପର ରୋଡ ମ୍ୟାପ ମୁଖ୍ୟମନ୍ତ୍ରୀଙ୍କୁ ୫ଟି ସଚିବ ଭି କେ ପଣ୍ଡିଆନ ଓ ଶ୍ରୀମନ୍ଦିର ପ୍ରଶାସକ କ୍ରିଷ୍ଣ କୁମାର ବୁଝାଇଥିଲେ । ଏହି ନୂତନ ପ୍ରକଳ୍ପଗୁଡ଼ିକ ହେଉଛି ଶ୍ରୀସେତୁ, ତୀର୍ଥଯାତ୍ରୀ କେନ୍ଦ୍ର, ବହୁତଳ କାର୍‌ ପାର୍କିଂ, ମ୍ୟୁନିସିପାଲିଟି ନୂତନ ମାର୍କେଟ କମ୍ପ୍ଲେକ୍ସ, ସ୍ବର୍ଗଦ୍ୱାରର ପୁନରୁଦ୍ଧାର, ସମୁଦ୍ରକୂଳରେ ଭେଣ୍ଡିଂଜୋନ ଏବଂ ମଧ୍ୟାହ୍ନଭୋଜନ ଓ ଆହାର ଯୋଜନାର କେନ୍ଦ୍ରୀକରଣ ରୋଷଶାଳା ରହିଛି।

Leave a comment