ଚାରି ଅଯୋଗ୍ୟ ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅପରାଗତା ଓ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରି ଜଣ କୋଚ୍ଙ୍କୁ ବାଧ୍ୟତାମୂଳକ ଅବସରର ଦେଲେ ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଟସ ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ, ଜ୍ଞାନେନ୍ଦ୍ର ପ୍ରସାଦ ବଢ଼େଇ, ବକ୍ସିଂ କୋଚ୍ ଶଙ୍କର ପ୍ରସାଦ ଅଧିକାରୀ ଏବଂ ହ୍ୟାଣ୍ଡବଲ କୋଚ୍ ମନୋଜ କୁମାର ଦାସଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।
ସୂଚନା ଅନୁଯାୟୀ, କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ଦକ୍ଷତା ଆକଳନ ନେଇ ଏକ ଅନୁଧ୍ୟାନ କମିଟି ଗଠନ ହୋଇଥିଲା । ଆଉ ଏହି କମିଟି ରିପୋର୍ଟ କ୍ରମେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ୨୦୧୯ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଯେଉଁଥିରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କ କାର୍ଯ୍ୟ ପରାଦର୍ଶିତା ନେଇ ଆକଳନ କରାଯିବ ବୋଲି ଉଲ୍ଲେଖ ଥିଲା । ଆଜି ଗ୍ରହଣ କରାଯାଇଥିବା କୋଚ୍ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଏହି ଆଧାରରେ ନିଆଯାଇଛି । ପ୍ରଭାକର ଗଜପତି ଗଜପତି ଜିଲ୍ଲାରେ କାର୍ଯ୍ୟରତ ଥିବା ବେଳେ ଶଙ୍କର ଅଧିକାରୀ ଦେଉଗଡ଼ ଜିଲ୍ଲାର କାର୍ଯ୍ୟରତ ଥିଲେ । ମନୋଜ ଦାସ ଭଦ୍ରକର କାର୍ଯ୍ୟରତ ଥିଲେ ଏବଂ ଜନାର୍ଦ୍ଦନ ବଢ଼େଇ ରାଜ୍ୟ ସରକାରଙ୍କ କ୍ରୀଡା ବିଭଗରେ କାର୍ଯ୍ୟରତ ଥିଲେ। ପୂର୍ବରୁ ମାଲକାନଗିରି ରେ ଥିବା ବେଳେ ଜନାର୍ଦ୍ଦନ ବଢ଼େଇ ଥରେ ନିଲମ୍ୱିତ ହୋଇଥିଲେ ।