ବାଲେଶ୍ୱର-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍’
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ବାଲେଶ୍ୱର-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍’ । ଏନେଇ ସୂଚାନ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପାରାଦୀପଠୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୩୨୦ କିଲୋମିଟର ଦୂରରେ ଥିବା ବେଳେ, ବାଲେଶ୍ବରଠୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୪୩୦ ଓ ଦୀଘାଠୁ ୪୨୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍ । ଏହା ଧିରେ ଧିରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ୟାସ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି । ଅମ୍ଫାନଠୁ ଆହୁରି ଭୟଙ୍କର ହେବା ନେଇ ଅନୁମାନ କରାଯାଉଛି । ଏହା ଆହୁର ଅଧିକ ଭେରୀ ସିଭିୟର ସାଇକ୍ଳୋନ୍ର ରୂପ ନେବ । ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । କେନ୍ଦ୍ରାପଡ଼ା, ବାଲେଶ୍ୱର ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନ ।