ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ଡିସେମ୍ବର ୫ରେ ମତଦାନ, ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ
ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା । ଡିସେମ୍ବର ୫ରେ ହେବ ପଦ୍ମପୁର ଉପନିର୍ବାଚନ । ଏହି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର ।
ଖବର ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବାକୁ ଯାଉଛି । ଏଥିଲାଗି ନଭେମ୍ବର ୧୦ରେ ପ୍ରକାଶ ପାଇଁ ବିଧିବଦ୍ଧ ବିଜ୍ଞପ୍ତି । ଏହାପରେ ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ ।
ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ହୋଇଥିବା ବେଳେ ସେହି ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ପରେ ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ। ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି ।