ଇଟାଭାଟିରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
ଓଡ଼ିଶା ଫାଷ୍ଟ (ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ବାଉଁଶନାଳି ଗ୍ରାମରେ ଆଜି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗ୍ରାମର ଏକ ଇଟା ଭାଟି ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ କେହି ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପାଟଣା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।