ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି, ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଥିବା ଘୋଷଣା କରିଛନ୍ତି । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ । ସେହିପରି ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ସୂଚନା ଅନୁଯାୟୀ, କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Leave a comment