ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଧୋନିଙ୍କ ଅବସର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ଭାରତୀୟ କ୍ରିକେଟର ସବୁଠାରୁ ଲୋକପ୍ରିୟ କ୍ରିକେଟିୟରଙ୍କ ମଧ୍ୟରେ ଅନ୍ୟତମ ଧୋନି। ସେ ସବୁପ୍ରକାରର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।ତାଙ୍କୁ ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ବୋଲି କୁହାଯାଏ । ତାଙ୍କ ପ୍ରତିନିଧିତ୍ୟ ସମୟରେ ଭାରତ ବିଶ୍ୱକପ କ୍ରିକେଟ, ଟି-୨୦ ବିଶ୍ୱକପ କ୍ରିକେଟ, ଆଇସିସି ଚାମ୍ପିୟନ୍ସ ଟ୍ରଫି, ଦୁଇଥର ଏସିଆ କପ, ଟେଷ୍ଟ କ୍ରିକେଟରେ ଏକ ନମ୍ବର ମାନ୍ୟତା ପାଇଥିଲା ।

Leave a comment