ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକଚର ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ଲୋକାର୍ପିତ
ଭୁବନେଶ୍ୱର,କୋଭିଡ୍-୧୯ ସ୍ଥିତିରେ ଯେତେବେଳେ ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ବାଧାପ୍ରପ୍ତ ହୋଇଛି, ସେତେବେଳେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଇ-ଲେକ୍ଚର ଉପଯୋଗୀ ସାବ୍ୟସ୍ତ ହୋଇପାରିବ । ଇ-ଲେକ୍ଚର ମାଧ୍ୟମରେ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନେ ବହୁଳ ଭାବରେ ଉପକୃତ ହୋଇପାରିବେ ଏବଂ ଏହା ଶିକ୍ଷାଦାନ ପଦ୍ଧତିକୁ ଅଧିକ ସୁଦୃଢ଼ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି କୃଷିଭ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ. ସାହୁ ଇ-ଲେକ୍ଚରକୁ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ।ସୂଚନାଯୋଗ୍ୟ ଯେ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନ୍ତର୍ଗତ ଭର୍ଚୁଆଲ ଟୁ୍ୟଟୋରିଆଲ୍ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ । ବିଭିନ୍ନ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ବିଷୟରେ ଇ-ଲେ କ୍ଚର ପ୍ରସ୍ତୁତ କରିବା ନ ମି େ; ଉତ୍କଳ ବିଶ୍ୱବିଦ୍ୟାଳ ୟର ଦୂର -ନିର;ର ଶିକ୍ଷା ନିର୍ଦ୍ଦେଶାଳ ୟ(ଡିଡିସିଇ)ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି । ଏହା ଦ୍ୱାରା ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ
ବୋଲି ଆଶା କରାଯାଉଛି । ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଃଶୁÂ ଏହି ଇ-ଲେକ୍ଚରଗୁଡ଼ିକୁ
ପାଇପାରିବେ । ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟାରର ୧୧ଟି ବିଷୟ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ,ପ୍ରାଣୀବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନୋବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍ଚର ପ୍ରସ୍ତୁତ କରାଯାଇ େୱବ୍ ପୋର୍ଟାଲରେ ଅପ୍ଲୋଡ଼୍ କରାଯାଇଛି । ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍ଚର ଯଥା ସମୟରେ ଅପ୍ଲୋଡ୍ କରାଯିବ । ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍ଚର ପ୍ରସ୍ତୁତ କରାଯିବ । କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଆଶୋକ କୁମାର ଦାସ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।