ଡାକ୍ତରଖାନାରେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ
ଜ୍ଵର ଏବଂ ଛାତି ସଂକ୍ରମଣର ଚିକିତ୍ସା ପାଇଁ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ମହାରାଷ୍ଟ୍ରର ପୁଣେ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା କୁହାଯାଉଛି। ୮୯ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତିଙ୍କୁ ବୁଧବାର ଭାରତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, “ପୂର୍ବତନ ରାଷ୍ଟ୍ରପତି ପ୍ରତୀଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।