ଜନ୍ମମାଟିରେ ସହିଦ ଓଡ଼ିଆ ଯବାନ ପ୍ରକାଶଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର
ଜନ୍ମମାଟିରେ ବୀର ଓଡ଼ିଆ ସହିଦଙ୍କ ପାର୍ଥିବ ଶରୀର । ଦିଆଯାଉଛି ଶେଷ ସମ୍ମାନ । ସହିଦ୍ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳଙ୍କୁ ଦିଆଯାଇଛି ଗାର୍ଡ ଅଫ୍ ଅନର୍ ।
ଆଜି ସକାଳେ ଭୁବନେଶ୍ୱର ବିମାନ ବନ୍ଦରରେ ପ୍ରକାଶଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ବିଏସଏଫ ଓ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସହିଦ ହୋଇଥିଲେ ପ୍ରକାଶ ।