ବାଜିଲା ଗୁଜରାଟ ନିର୍ବାଚନ ବିଗୁଲ; ଡିସେମ୍ବର ୧ରେ ପ୍ରଥମ ପର୍ଯ୍ୟାୟ ଭୋଟିଂ, ୫ ରେ ହେବ ଦ୍ୱିତୀୟ ପର୍ଯ୍ୟାୟ
ବାଜିଲା ଗୁଜରାଟ ନିର୍ବାଚନ ବିଗୁଲ। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଗୁଜରାଟ ନିର୍ବାଚନ ହେବ। ଆସନ୍ତା ଡିସେମ୍ବର ୧ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବାକୁ ଥିବା ବେଳେ ଡିସେମ୍ବର ୫ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏନେଇ ମୁଖ୍ୟନିର୍ବାଚନ ଆୟୋଗ ରାଜୀବ କୁମାର ପ୍ରେସମିଟରେ ସୂଚନା ଦେଇଛନ୍ତି।
ଡିସେମ୍ବର ୮ ତାରିଖରେ ଭୋଟ ଗଣତି ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ନଭେମ୍ବର ୫ରୁ ୧୪ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୨ୟ ପର୍ଯ୍ୟାୟ ପାଇଁ ନଭେମ୍ବର ୧୦ରୁ ୧୭ ନାମାଙ୍କନ ଦାଖଲ ହେବ। ନଭେମ୍ବର ୧୫ ରେ ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଯାଞ୍ଚ ଏବଂ ନଭେମ୍ବର ୧୮ ରେ ଦ୍ୱିତୀୟ ପର୍ଯ୍ୟାୟ ନାମାଙ୍କନ ଦାଖଲର ଯାଞ୍ଚ ହେବ। ନେଭମ୍ବର ୧୭ ଏବଂ ୨୧ ରେ ନାମାଙ୍କନ ପ୍ରତ୍ୟାହାର ହେବ।