କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

0

ଓଡ଼ିଶାଫାଷ୍ଟ (ବ୍ୟୁରୋ): କୋଭିଡ ମହାମାରୀର ଦ୍ୱିତୀୟ ଲହର ଯୋଗୁଁ ଆର୍ଥିକ ସଙ୍କଟକୁ ମୁକାବିଲା କରିବା ପାଇଁ ପଦକ୍ଷେପ ସ୍ୱରୂପ ଆର୍ଥିକ ପ୍ୟାକେଜ ଘୋଷଣା କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି । ଏହି ଆର୍ଥିକ ସହାୟତା କୋଭିଡ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା କ୍ଷେତ୍ରର ପୁନରୁଦ୍ଧାରରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆତ୍ମନିର୍ଭର ରୋଜଗାର ଯୋଜନାର ସମ୍ପ୍ରସାରଣ, କୋଭିଡ ପ୍ରଭାବିତ ଅଞ୍ଚଳରେ ଋଣ ସୁବିଧା, ଚାଷୀ, ଗରିବ, ଏମଏସଏମଇ, ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ ଏବଂ କୋଭିଡ ମହାମାରୀ ଯୋଗୁଁ ଉତ୍ପନ୍ନ ହୋଇଥିବା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଏହି ସହାୟତା ରାଶି ସହାୟକ ହେବ । ଏହି ସମସ୍ତ ପ୍ୟାକେଜ ମାଧ୍ୟମରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ହେବା ସହ ମହାମାରୀ ଦ୍ୱାରା ପ୍ରଭାବିତ ବିଭିନ୍ନ କ୍ଷେତ୍ରର ପୁନରୁଦ୍ଧାର କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Leave a comment