ବଲିଉଡ ସୁପରଷ୍ଟାର ଇରଫାନ ଖାନ୍ ଙ୍କ ପରଲୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବଲିଉଡ ସୁପରଷ୍ଟାର ଇରଫାନ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ । ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନି ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।
ସୂଚନାଯୋଗ୍ୟ, ନିରୋନଏଣ୍ଡୋକ୍ରାଇନ୍ ଟ୍ୟୁମର୍ରେ ଆକ୍ରାନ୍ତ ହୋଇଥିଲେ ବୋଲି ସେ ୨୦୧୮ରେ ଘୋଷଣା କରିଥିଲେ। ୨୦୧୯ରେ ଇର୍ଫାନ୍ ଅନେକ ମାସ ଧରି ବିଦେଶରେ ଚିକିତ୍ସାଧୀନ ଥିଲେ। ସେ ସମୟରେ ସେ ଗୋଟିଏ ମାତ୍ର ପ୍ରୋଜେକ୍ଟ୍ ହୋମି ଆଦାଜାନିଆଙ୍କ ‘ଅଙ୍ଗ୍ରେଜି ମିଡିୟମ୍’ରେ କାମ କରୁଥିଲେ।
ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ଇର୍ଫାନ୍ ପ୍ରାୟ ଦୁଇ ଦଶନ୍ଧି ଧରି କାମ କରିଥିଲେ। ତାଙ୍କ ଅଭିନୀତ ପ୍ରସିଦ୍ଧ ଭାରତୀୟ ଚଳଚ୍ଚିତ୍ରମାନଙ୍କ ମଧ୍ୟରେ ରହିଛି ‘ସଲାମ ବମ୍ବେ’, ‘ମକ୍ବୁଲ୍’, ‘ପାନ୍ ସିଂ ତୋମାର୍’, ‘ଦି ଲଞ୍ଚ୍ ବକ୍ସ୍’, ‘ହାଇଦର୍’, ‘ଗୁଣ୍ଡେ’, ‘ପିକୁ’, ‘ତଲ୍ୱାର୍’ ‘ହିନ୍ଦୀ ମିଡିୟମ୍’ ଏବଂ ‘ଅଙ୍ଗ୍ରେଜି ମିଡିୟମ୍’ ।