ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ

୭୩ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ଭାରତର ନୂତନ ସମ୍ବିଧାନ ଲାଗୁ ହୋଇଥିଲା । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଦେଶ ବ୍ରିଟିଶ ସରକାର କବଳରୁ ସ୍ବାଧୀନ ହୋଇଥିଲା, କିନ୍ତୁ ଦେଶ ପରିଚାଳନା ପାଇଁ କୌଣସି ସାମ୍ବାଧାନିକ ବ୍ୟବସ୍ଥା ନଥିଲା । ବାବା ସାହେବ ଆମ୍ବେଦକରଙ୍କ ନେତୃତ୍ବରେ ଏକ ସମ୍ବିଧାନ ଡ୍ରାଫଟିଂ କମିଟି ଗଠନ କରାଯାଇ ୧୯୪୯ ମସିହା ନଭେମ୍ବର ୨୬ ତାରିଖରେ ବିଶ୍ବର ଦୀର୍ଘତମ ଲିଖିତ ସମ୍ବିଧାନ ଆଗତ କରାଯାଇଥିଲା । ଏହାର ଠିକ୍ ଦୁଇ ବର୍ଷ ପରେ ୧୯୫୦ ମସିହା ଜାନୁୟାରୀ ୨୬ରେ ଭାରତ ଏକ ସାର୍ବଭୌମତ୍ବ ଗଣତାନ୍ତ୍ରିକ ରାଷ୍ଟ୍ର ରୂପେ ପରିଗଣିତ ହେବା ସହ ଲିଖିତ ସାମ୍ବିଧାନକ ବ୍ୟବସ୍ଥାର କାର୍ଯ୍ୟକାରୀ ହୋଇଥିଲା ।ପ୍ରତିବର୍ଷ ଦେଶ ଖୁବ୍ ଧୁମଧାମରେ ସାଧାରଣତନ୍ତ୍ର ଦିବସ ପାଳନ କରିଥାଏ । ସମସ୍ତ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥାଏ । ଚଳିତ ବର୍ଷ କୋଭିଡ କଟକଣା ଭିତରେ ସାରା ଦେଶରେ ଏହି ଦିବସ ପାଳନ କରାଯାଉଛି ।