କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁରପ୍ପା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି। ରବିବାର ମଧ୍ୟରାତ୍ରିରେ ଆସିଥିବା ସୂଚନା ଅନୁସାରେ ୟେଦୁରପ୍ପା କରୋନା ସଂକ୍ରମିତ ହୋଇଥିବା ନିଜେ ସୂଚନା ଦେଇଛନ୍ତି । ଟ୍ବିଟରରେ ଏହା ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି ।
ସେହିପରି ତାମିଲନାଡୁ ରାଜ୍ୟପାଳ ବନୱାରୀଲାଲ ପୁରୋହିତଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି । ଚେନ୍ନାଇ ଡ଼ାକ୍ତରଖାନା ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟପାଳଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ଏବଂ ଏକ ଡ଼ାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି ।