କରୋନା ପୁଣି ମୁଣ୍ଡ ଟେକିଲାଣି

0

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ବଢ଼ୁଛି ଦୈନିକ କରୋନା ସଂକ୍ରମଣ । ଗତ ଦୁଇ ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୭ହଜାର ପାର୍‌ କରୁଛି । ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ ଆଉ ୭ହଜାର ୫୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଏବେ ଦେଶରେ ୩୬୨୬୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୪ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ଦେଶରେ ମୋଟ ୫ଲକ୍ଷ ୨୪ହଜାର ୭୪୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave a comment