ଲତାଙ୍କ ପରଲୋକରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୀରବି ଗଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର। ତାଙ୍କ ବିୟୋଗରେ କେନ୍ଦ୍ରସରକାର ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ୨ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁମ୍ବାଇର ଶିବାଜୀ ପାର୍କରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶେଷକୃତ୍ୟରେ ଯୋଗଦେବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ଜାନୁଆରୀ ମାସରେ କୋଭିଡ୍‌ରେ ଆକ୍ରାନ୍ତ ହେବାପରେ ମୁମ୍ବାଇର ବ୍ରିଚ୍‌କ୍ୟାଣ୍ଡି ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିଛି ଦିନ ତଳେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଥିଲା। ତେବେ ଗତକାଲି ତାଙ୍କ ଅବସ୍ଥା ପୁଣି ବିଗିଡ଼ି ଯାଇଥିଲା। ଆଉ ଆଜି ସକାଳ ୮ଟା ୧୨ ମିନିଟ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଲତା ମଙ୍ଗେଶକର ତିନି ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ଏହା ସହିତ ୪ଥର ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା ଭାବେ ୪ ଥର ଫିଲ୍ମ ଫେୟାର ପୁରସ୍କାର ପାଇଥିଲେ। ଦୁଇ ଥର ତାଙ୍କୁ ଫିଲ୍ମ ଫେୟାର ସ୍ପେଶାଲ୍ ପୁରସ୍କାର ଦିଆଯାଇଥିଲା। ତାଙ୍କୁ ଫିଲ୍ମ ଫେୟାର ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡରେ ମଧ୍ୟ ସମ୍ମାନିତ କରାଯାଇଥିଲା।

Leave a comment