ପୁଣିଥରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତାକାଲିଠାରୁ ଅଗଷ୍ଟ ୨ ଯାଏଁ ପ୍ରବଳ ବର୍ଷିବ

0

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲିଠୁ ଅଗଷ୍ଟ ୨ ତାରିଖ ଯାଏଁ ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷିବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ୫ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Leave a comment