ଆକାଶ ପଥରେ ଯୋଡ଼ି ହେଲା ମାଲକାନଗିରି ଜିଲ୍ଲା, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆକାଶ ପଥରେ ଯୋଡ଼ି ହେଲା ମାଲକାନଗିରି ଜିଲ୍ଲା। ଗମନାଗମନ ସେବାକୁ ଗୁରୁତ୍ଵ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ମାଲକାନଗିରି ବିମାନ ବନ୍ଦର ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ।

ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥିପାଇଁ ଖର୍ଚ୍ଚ ହୋଇଛି ₹୭୦ କୋଟି। ମାଲକାନଗିରି ଆକାଶ ପଥରେ ସଂଯୋଗ ହେବାପରେ ଦୂରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ବିକାଶ ପ୍ରକ୍ରିୟା ଆହୁରି ତ୍ୱରାନ୍ୱିତ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଲକାନଗିରିର ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ₹୪୦୦୦ କୋଟିର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ୪ଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମି ଜଳସେଚିତ ହେବା ସହ ୧.୫୦ ଲକ୍ଷ ଲୋକଙ୍କ ପାଇଁ ପାନୀୟଜଳ ଯୋଗାଣ ସୁନିଶ୍ଚିତ ହେବ।

Leave a comment