ଆଇପିଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

0

ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍‌ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ମିଳିଛି। ସେ ଏସ୍‌ସିଆରବି ନିର୍ଦ୍ଦେଶକ ସହ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସେହିପରି ରାଜ୍ୟ ସରକାର ସ୍ୱତନ୍ତ୍ର ପୁଲିସ ଡିଜି ( କମ୍ୟୁନିକେସନ) ଅରୁଣ କୁମାର ରୟଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି। ସେହିପରି ସ୍ୱତନ୍ତ୍ର ଡିଜିପି, ଏଚଆରପିସି ଏସ. ଏମ ନରଭାଣେଙ୍କୁ ମଧ୍ୟ ଗୃହ ବିଭାଗର ଓଏସଡି ଭାବେ ସ୍ଥାନାନ୍ତର କରାଯାଇଛି । ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a comment