କେନ୍ଦ୍ରମନ୍ତ୍ରିମଣ୍ଡଳ ସଂପ୍ରସାରଣ ଆଜି ; ବିଶ୍ୱେଶ୍ୱର ଟୁଡୁ ହୋଇ ପାରନ୍ତି ମନ୍ତ୍ରୀପଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସଂଧ୍ୟାରେ କେନ୍ଦ୍ରମନ୍ତ୍ରିମଣ୍ଡଳ ସଂପ୍ରସାରଣ। ନୂଆ ମନ୍ତ୍ରିମଣ୍ଡଳରେ ୬ କ୍ୟାବିନେଟ୍ ସହ ୨୦ ନୂଆ ମନ୍ତ୍ରୀଙ୍କୁ ସ୍ଥାନ ମିଳିପାରେ। ମୋଦିଙ୍କ ଏହି ଡ୍ରିମ ଟିମରେ ଓଡିଆ ସାଂସଦଙ୍କୁ ଚାନ୍ସ ମିଳିବ ବୋଲି ଚର୍ଚ୍ଚା ହେଉଛି । ମୟୁରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀ। ଏବେ ସେ ଦିଲ୍ଲୀରେ ଅଛନ୍ତି। ଏହାସହ ଏହି ଦୌଡ଼ ରେ ଅଶ୍ୱିନୀ ବୈଷବଙ୍କୁ ମିଳିପାରେ ଚାନ୍ସ । ମନ୍ତ୍ରୀ ପଦ ଲାଗି ଶିକ୍ଷାଗତ ଯୋଗ୍ୟତାକୁ ପ୍ରାଧାନ୍ୟ ଦିଆଯିବ। ରାଜ୍ୟ ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳ ଉପରେ ଗୁରୁତ୍ବ ରହିବ । ଦଳିତ ଏବଂ ପଛୁଆ ବର୍ଗର ପ୍ରତିନିଧିତ୍ବ ବଢ଼ିପାରେ । ପ୍ରଶାସନିକ ଅନୁଭବ ଥିବା ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ ।