ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀନ୍କ ଶୋକ

0

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ । ଦୀର୍ଘ ଦିନ ଧରି ଗଳା କର୍କଟ ରୋଗରେ ପୀଡ଼ିତ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ ।

ଅସୁସ୍ଥତା କାରଣରୁ ଗତ କିଛି ଦିନ ତଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେ ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ତେବେ ତାଙ୍କ ବିୟୋଗରେ ପରିବାର ଏବଂ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିୟାଇଛି । ସ୍ବରୂପ ନାୟକଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏକ୍ସରେ ମୁଖ୍ୟମନ୍ତ୍ରୀ ସ୍ବରୂପ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛନ୍ତି, ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ । ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ । ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଉଛି ।”

Leave a comment