ଘରୁ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଦିବସ । ଏହି ଅବସରରେ ଟ୍ୱିଟ୍ କରି ବିଜୁ ବାବୁ ତଥା ନିଜ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା । ଯାହା ଲୋକଙ୍କ ସେବା ପାଇଁ ଆମକୁ ଅନୁପ୍ରାଣିତ କରି ଆସିଛି।
ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। pic.twitter.com/yB7aOsxgcF
— Naveen Patnaik (@Naveen_Odisha) April 17, 2020
ଚଳିତଥର କରୋନା ସଂକ୍ରମଣ କୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି ।