ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣା- ଶୋକ ପ୍ରକାଶ ସହ 2 ଲକ୍ଷଟଙ୍କାର ସହୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମତକଙ୍କ ପରିବାରକୁ 2ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି। ଦୁର୍ଘଟଣାରେ 8 ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ 40 ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୃତକ ଏବଂ ଆହତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ପୀଡ଼ିତମାନଙ୍କୁ ସହାୟତା ଏବଂ ଉଦ୍ଧାର କାର୍ଯ୍ୟ ତ୍ଵରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a comment