ପ୍ରଥମ ରାଜ୍ୟ ଭାବେ ଏନସାଇକ୍ଲୋପିଡିଆରେ ଜନଜାତିଙ୍କୁ ସ୍ଥାନ ଦେଲା ଓଡିଶା; ଆଦିମ ଜନଜାତିଙ୍କ ସମ୍ବନ୍ଧୀୟ ୫ଟି ବହିକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଆଜି ଜାତି ଓ ଜନଜାତିଙ୍କୁ ନେଇ ଉନ୍ମୋଚିତ ହୋଇଛି ‘ଏନସାଇକ୍ଲୋପିଡିଆ ଅଫ ଟ୍ରାଇବସ୍ ଇନ୍ ଓଡିଶା’ । ତେବେ ଆଦିମ ଜନଜାତିଙ୍କ ସମ୍ବନ୍ଧୀୟ ୫ଟି ବହିକୁ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ଆଦିବାସୀଙ୍କୁ ନେଇ ଏନସାଇକ୍ଲୋପିଡିଆ ରିଲିଜ କରିଛି ।
୩୮୦୦ ପୃଷ୍ଠା ସମ୍ଭଳିତ ୫ଟି ବହିରେ ୪୧୮ ଗବେଷଣାତ୍ମକ ସ୍ତମ୍ଭ ପ୍ରକାଶିତ ହୋଇଛି । ଯେଉଁଥିରେ ୬୨ ଜନଜାତି ଓ ୧୩ ଅସୁରକ୍ଷିତ ଜନଜାତିଙ୍କ ସମ୍ବନ୍ଧୀୟ ସ୍ତମ୍ଭ ଉଲ୍ଲେଖ ରହିଛି । ଆଦିବାସୀଙ୍କ ସମ୍ପର୍କରେ ଜାଣିବାକୁ ଇଚ୍ଛୁକ, ଗବେଷକ ଓ ଶିକ୍ଷାବିତ୍ଙ୍କ ପାଇଁ ଏହା ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଏନସାଇକ୍ଲୋପିଡିଆରେ ପ୍ରକାଶିତ ୪୧୮ ସ୍ତମ୍ଭ ପୂର୍ବରୁ ଆଦିବାସୀ ପତ୍ରିକା ଓ ଅନ୍ୟାନ୍ୟ ମାଗାଜିନରେ ପ୍ରକାଶିତ ହୋଇଥିଲା । ରାଜ୍ୟ ଜାତି ଓ ଜନଜାତି ସଂଗ୍ରହାଳୟ ପରିଦର୍ଶନ କରି ଆଜି ବହି ଗୁଡିକ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମ୍ୟୁଜିୟମ ପରିସରରେ ଥିବା ଆଦିବାସୀ ଗ୍ୟାଲେରୀ ପରିଦର୍ଶନ କରି ପ୍ରଶଂସା କରିଛନ୍ତି ନବୀନ ।