ଭୁବନେଶ୍ବରକୁ ଫେରିଲା କରୋନା, ୪ ନୂଆ ଆକ୍ରାନ୍ତ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ହୋମ୍‌ କ୍ବାରେଣ୍ଟାଇନ୍‌ରେ ଥିଲେ। ଜଣଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ରହିଛି।

ଅନ୍ୟ ତିନିଜଣ ସଂକ୍ରମିତ ଲୋକାଲ୍‌ କେସ୍‌ ବୋଲି ଜଣାପଡିଛି । ଏମ୍‌ସ୍‌ର ଜଣେ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଇଗିଣିଆ ଓ ଡୁମୁଡୁମାରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି ବୋଲି ଟୁଇଟ୍‌ କରି ସୂଚନା ଦେଇଛନ୍ତି ଭୁବନେଶ୍ବର ମହାନଗର ନିଗମ।

Leave a comment