ରାଜ୍ୟରେ ଜାରି ରହିଛି ବର୍ଷା; ଆହୁରି ଭିଜିବ

0

ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ସମେତ କୋରାପୁଟ, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ଲାଗି ରହିଛି।

ରାଜଧାନୀ ଭୁବନେଶ୍ଵରରେ ବୁଧବାରଠାରୁ ବର୍ଷା ଜାରି ରହିଛି।

ଆଜି ପ୍ରବଳ ବର୍ଷା ନେଇ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ।

ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a comment