ଚାଲିଗଲେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ

0

ଅଫେରା ରାଇଜକୁ ଚାଲିଗଲେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ । ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ଘଟିଛି । ଓଡ଼ିଶା ସିନେ ଜଗତର ହୋଇଛି ଏକ ଅପୂରଣୀୟ କ୍ଷତି । ପୁଣି ଜଣେ କଳାକାରଙ୍କୁ ହରାଇଛି ଓଲିଉଡ୍‌ । ସେ ହେଉଛନ୍ତି ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ । ସେ ଦୀର୍ଘ ମାସାଧିକାଳ ଧରି ଦିଲ୍ଲୀ ଓ ପରେ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ ।

ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା । ସେ ୧୯୭୮ ମସିହାରେ ଭୁବନେଶ୍ୱରରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ଦୁଇ ପୁଅ ଅଛନ୍ତି ।

ଦୀର୍ଘ ଦିନ ଧରି ସେ ଲିଭର ସୋରିଆସିସ୍ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ । ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯିବା ଦରକାର ବୋଲି ଡାକ୍ତର କହିଥିଲେ । ସେଥିଲାଗି ପୂରା ଓଲିଉଡ୍, ପିଣ୍ଟୁଙ୍କ ପ୍ରଶଂସକ ଏବଂ ସାଧାରଣ ଜନତା ଏକାଠି ହୋଇଯାଇଥିଲେ । ତାଙ୍କ ଅପରେସନ ପାଇଁ ଲକ୍ଷ ଲକ୍ଷ ଟଙ୍କା ମଧ୍ୟ ଆଦାୟ କରାଯାଇ ସାହାଯ୍ୟ କରାଯାଇଥିଲା। ହେଲେ ତାଙ୍କ ଲିଭର ଟ୍ରାନ୍ସପ୍ଲାଣ୍ଟ ହେବା ପୂର୍ବରୁ ଆଜି ସେ ଜୀବନ ଯୁଦ୍ଧରେ ହାରିଗଲେ । ସମସ୍ତଙ୍କୁ ଛାଡି ପରପାରୀକୁ ଚାଲିଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ।

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ରହିଆସିଥିଲେ । ପିଣ୍ଟୁ ନନ୍ଦଙ୍କୁ ଦର୍ଶକ କେତେବେଳେ ଖଳନାୟକ, କେତେବେଳେ ସହନାୟକ ତ ପୁଣି କେତେବେଳେ କମେଡିଆନ୍ ଚରିତ୍ରରେ ଦେଖିଛନ୍ତି। ସେଥିମଧ୍ୟରୁ ତାଙ୍କ ଅଭିନୀତ ଆଲବମ୍ ଏ ଗଉରା ତାଙ୍କୁ ପ୍ରାରମ୍ଭିକ ସମୟରେ ସର୍ବାଧିକ ଲୋକପ୍ରିୟ କରିଥିଲା।

Leave a comment