ଆଉ ଜଣେ କରୋନା ଆକ୍ରାନ୍ତଙ୍କର ଗଲା ଜୀବନ, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଉଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ସେ ଜଣେ ୫୫ ବର୍ଷିୟ ବ୍ୟକ୍ତି ବୋଲି ଜଣାଯାଇଛି। ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୦ରେ ପହଞ୍ଚିଛି। ଏନେଇ ରାଜ୍ୟସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ ମୋଟ୍ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି।

ଅନ୍ୟପକ୍ଷରେ ରାଜ୍ୟରେ ଆଜିପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏଥିରେ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବିଭାଗର ୨୧ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି।

Leave a comment