ଭୁବନେଶ୍ୱରରୁ ପୁଣି ଜଣେ ପଜିଟିଭ, ରାଜ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅନେକ ଦିନ ପରେ ଆଜି ଭୁବନେଶ୍ୱର ରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ଜଣେ ୭୭ବର୍ଷୀୟ ବ୍ୟକ୍ତି ଅଟନ୍ତି । ସେ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ହୋଇଥିବା ବେଳେ କେସ ନମ୍ବର ୪୧ର ନିକଟ ସମ୍ପର୍କୀୟ । ଏହାକୁ ମିଶାଇ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି । ଅନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୦ ଜଣ ରୋଗୀ ଆକ୍ଟିଭ ଅଛନ୍ତି ।