ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ ଆରମ୍ଭରେ ଶହେ କୋଟି ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ ଆଜିଠାରୁ ଆରମ୍ଭ ହୋଇଛି । ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ବାଣୀବିହାରର ଭିତ୍ତିଭୂମି  ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶହେ କୋଟିର ଅନୁଦାନ ଘୋଷଣା କରିଛନ୍ତି । ୫ଦିନ ଏହି ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମ ଚାଲୁରହିବ ।

ସୂଚନା ଅନୁଯାୟୀ, ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମକୁ ସୂଚାରୁ ରୁପେ ତୁଲାଇବାକୁ ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ସଭାପତି ତଥା ବର୍ତ୍ତମାନ ର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଅନେକ ପରିଶ୍ରମ କରିଛସନ୍ତି । ୫ ଦିନ ଧରି ଚାଲିବାକୁ ଥିବା ଏହି  ଉତ୍ସବରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯିବା କାର୍ଯ୍ୟକ୍ରମ ରହିଛି ।

ସେହିପରି ଏହି ଉଦଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଓଡ଼ିଶା ସ୍କିଲ୍ ଡେଭଲପମେଣ୍ଟ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ, କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ପୁରାତନ ଓ ବର୍ତ୍ତମାନ ଛାତ୍ରଛାତ୍ରୀ ଯୋଗ ଦେଇଥିବା ସୂଚନା ମିଳିଛି ।

Leave a comment