ତ୍ୱରିତ ନ୍ୟାୟ ଉଭୟ ପୀଡିତ ଓ ନିର୍ଦ୍ଦୋଷଙ୍କୁ ସହାୟ ହେବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗୁରୁତ୍ୱ । ତ୍ୱରିତ ନ୍ୟାୟ ଉଭୟ ପୀଡିତ ଓ ନିର୍ଦ୍ଦୋଷଙ୍କୁ ସହାୟ ହେବ ଏବଂ ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି । ଅନେକଙ୍କ ଜୀବନ ଜେଲରେ କଟୁଛି ଏବଂ ନ୍ୟାୟ ବିଳମ୍ବ ପାଇଁ ପୀଡିତ ମଧ୍ୟ ହତାଶ ହୋଇପଡୁଥିବା ରାଷ୍ଟ୍ରପତି କହିଛନ୍ତି ।

କଟକ ଜବାହାରଲାଲ ଇଣ୍ଡୋର ଷ୍ଟାଡିୟମରେ ହାଇକୋର୍ଟର ୭୫ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ନିଜର ଅଭିଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ ପ୍ରଫେସର ଗଣେଷୀଲାଲ ମଧ୍ୟ ଉପସ୍ଥିତ ଥିଲେ । ସ୍ୱାଗତ ଭାଷଣ ଦେଇଥିଲେ ଜଷ୍ଟିସ ଏସ୍.ମୁରଲୀଧର । ଆଇନମନ୍ତ୍ରୀ ଜଗନ୍ନାଥ ସାରକା ଓ ହାଇକୋର୍ଟର ଅନ୍ୟାନ୍ୟ ବିଚାରପତି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

Leave a comment