ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି

0

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଏୟାରପୋର୍ଟରୁ ସିଧା ରାଜଭବନ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୂଚନା ଯୋଗ୍ୟ ଯେ, ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ଟା ୩୦ରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୋଲିସ । ମୋଟ ୫୯ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସପି, ୫୮ ଜଣ ଡିଏସପି, ୯୪ ଜଣ ଇନ୍ସିପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Leave a comment