ଦାନା ବାନ୍ଧୁଛି ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚାଷୀ ମାନଙ୍କ ପାଇଁ ଖୁସି ଖବର। ଆସନ୍ତା ସପ୍ତାହରେ ଆସୁଛି ଦୁଇଟି ଲଘୁଚାପ। ଆସନ୍ତାକାଲି ଗୋଟିଏ ଲଘୁଚାପ ହେବାନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଥିବାରୁ ବିଭିନ୍ନ ସ୍ଥାନରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଓ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଆଜି ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। କାଲି ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ ଓ ରାଜ୍ୟରେ ଆଜିଠାରୁ ୬ତାରିଖ ଯାଏ ବର୍ଷା ହେବ।

ସେହିପରି ୮ତାରିଖ ଦିନ ମଧ୍ୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଫଳରେ ୮ରୁ ୧୧ ତାରିଖ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି।ଓଡ଼ିଶାର କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର,ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର,ମାଲକାନଗିରି,ବରଗଡ଼, ଦେବଗଡ଼, ଅନୁଗୁଳ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave a comment