ଆରବସାଗର‌ରେ ସକ୍ରିୟ ହେଲା ମୌସୁମୀ ବାୟୁ : ୫ଦିନ ଯାଏ ଲାଗି ରହିବ ବର୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସାରା ରାଜ୍ୟକୁ ମୌସୁମୀ ସ୍ପର୍ଶ କରିଛି। ପ୍ରଭବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାସହ ସ୍ଥାନେସ୍ଥାନେ ଭାରି ବର୍ଷା ହେବ ବୋଲି ସୂଚନା ମିଳିଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ସୋମବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଜଗତ୍‌ସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦେଇଛି।

ସେହିପରି ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ‌ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନ‌ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a comment