ଅବପାତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ ଡିପ୍ରେସନ୍ର ପରିଣତ ହେବ। ଫଳରେ ସୋମବାର ମଧ୍ୟାହ୍ନ ସୁଦ୍ଧା ଲଘୁଚାପ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପକ୍ଷରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏଥିରେ ଗଜପତି, ରାୟଗଡ଼ା,ଜଗତସିଂହପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ବରଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲା ରହିଛି। ଅନ୍ୟପଟେ ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହିତ ଆସନ୍ତା କାଲିଠୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।