ନୟାଗଡରୁ ପୁରୀରେ ପହଞ୍ଚିଲା ରଥ କାଠ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୟାଗଡର ଦଶପଲ୍ଲା ରେଞ୍ଜରୁ ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ। ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ବଳକା ରହିଛି ୮୦ ଖଣ୍ଡ କାଠ। ୮୬୫ ଖଣ୍ଡ କାଠରୁ ୭୮୫ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି। ନୟାଗଡ ଦଶପଲ୍ଲା ରେଞ୍ଜରୁ ଆଜି ଦୁଇଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି ୬୩ ଖଣ୍ଡ ଧଉରା ଓ ଅସନ କାଠ। ଆସନ୍ତା ୫ ତାରିଖ ଶ୍ରୀପଞ୍ଚମୀ ଦିନ ବିଧି ଅନୁଯାୟୀ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥ ନିର୍ମାଣ ପାଇଁ ତିନୋଟି ରଥକାଠ ପୂଜା କରାଯିବ। ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ବୋଲି ବରିଷ୍ଠ ରଥ ତତ୍ତ୍ବାବଧାରକ କହିଛନ୍ତି।