Ratha Yatra: ଶରଧାବାଲି ଦଳାଚକଟା ଘଟଣାକୁ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

0

Ratha Yatra: ଭୁବନେଶ୍ୱର: ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀମୋହନ୍ ଚରଣ ମାଝୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ପାଇଁ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି। ପୋଷ୍ଟରେ କରିଛନ୍ତି ଯେ, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।

ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏ-ହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

ସୂଚନା ଅନୁସାରେ, ଆଜି ଭୋର ୪ଟା ୨୦ ସମୟରେ ଏହି ଅଘଟଣ ହୋଇଛି। ଜଗା ଦର୍ଶନ ପାଇଁ ବଡ଼ି ଭୋରୁ ଶରଧାବାଲିରେ ଭକ୍ତଙ୍କ ଭିଡ ବଢିଥିଲା। ଫଳରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲେ। ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ୫୦ ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ମୃତକମାନେ ହେଲେ ପ୍ରଭାତୀ ଦାସ, ବାସନ୍ତୀ ସାହୁ ଓ ପ୍ରେମାକାନ୍ତ ମହାନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲ୍ ରେ ଭର୍ତ୍ତି କରାଯାଇଛି।

Leave a comment