ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ:ସମୀର ମହାନ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସୁପ୍ରିମକୋର୍ଟ ମହାପ୍ରଭୁଙ୍କ ରଥଯାତ୍ରା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଦେଶ କରୋନା ମହାମାରୀର ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଛି । ମନନମାନିଲେ ବି ରଥଯାତ୍ରା ନେଇ ମାନ୍ୟବର ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ । ଏହା ବୋଧହୁଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଇଚ୍ଛା ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ।

Leave a comment