ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଲେ ଅରବିନ୍ଦ ପାଢ଼ୀ ଓ ଏସ୍ ଅଶ୍ୱଥି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି । ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ଓଡ଼ିଶା କ୍ୟାଡ଼ରର ୨ଜଣ ବରିଷ୍ଠ ଆଇଏଏସ୍ ଅରବିନ୍ଦ ପାଢ଼ୀ ଓ ଏସ୍ ଅଶ୍ୱଥି ଓଡ଼ିଶା ଫେରିବା ସହ ସେମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି । ଅରବିନ୍ଦ ପାଢୀଙ୍କୁ କୃଷି ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ମତ୍ସ ଓ ପ୍ରାଣୀସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି ।
ସେହିପରି ଅଶ୍ବଥି ଏସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି।ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି।